
ବାମରା: ଲାଞ୍ଚ ନେବା ସମୟରେ ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା ଓ ତାଙ୍କ ଡ୍ରାଇଭର ଭିଜିଲାନ୍ସ ହାତରେ ଧରା ପଡ଼ିଥିବା ସୂଚନା ରହିଛି। ବାମରା ବ୍ଲକ ସଦର ମହକୁମା ସ୍ଥିତ ଗୋବିନ୍ଦପୁରର ଭିକି ନାଏକ ଏକ ଜମି ମ୍ୟୁଟେସନ ଓ କିସମ ପରିବର୍ତ୍ତନ ପାଇଁ ବାମରା ତହସିଲ ଅଫିସରେ ଆବେଦନ କରିଥିଲେ। ମାତ୍ର ଉକ୍ତ କାର୍ଯ୍ୟ ପାଇଁ ତହସିଲଦାର ଅଶ୍ୱିନୀ ପଣ୍ଡା ଲାଞ୍ଚ ମାଗି ଆସୁଥିବା ଭିକି ସମ୍ବଲପୁର ଭିଜିଲାନ୍ସ ପାଖରେ ଅଭିଯୋଗ କରିଥିଲେ।