
ଭୁବନେଶ୍ୱର: ନିଲମ୍ବିତ ହେବେ ବାମରା ତହସିଲଦାର । ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା।
ଆଜି କିମ୍ବା କାଲି ଭିତରେ ନିଲମ୍ବିତ ହେବାର ରହିଛି। ୧୫ ହଜାର ଲାଞ୍ଚ ନେବାବେଳେ ବାମରା ତହସିଲଦାର ଅଶ୍ବିନ ପଣ୍ଡାଙ୍କୁ ଧରିଥିଲା ଭିଜିଲାନ୍ସ । ଲାଞ୍ଚ ନେବା ସମୟରେ ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା ଓ ତାଙ୍କ ଡ୍ରାଇଭର ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ। ବାମରା ବ୍ଲକ ସଦର ମହକୁମା ସ୍ଥିତ ଗୋବିନ୍ଦପୁରର ଭିକି ନାଏକ ଏକ ଜମି ମ୍ୟୁଟେସନ ଓ କିସମ ପରିବର୍ତ୍ତନ ପାଇଁ ବାମରା ତହସିଲ ଅଫିସରେ ଆବେଦନ କରିଥିଲେ। ମାତ୍ର ଉକ୍ତ କାର୍ଯ୍ୟ ପାଇଁ ତହସିଲଦାର ଅଶ୍ୱିନୀ ପଣ୍ଡା ଲାଞ୍ଚ ମାଗି ଆସୁଥିବା ଭିକି ସମ୍ବଲପୁର ଭିଜିଲାନ୍ସ ପାଖରେ ଅଭିଯୋଗ କରିଥିଲେ।