
ନିର୍ବାଚନ କମିଶନ ରବିବାର ପଶ୍ଚିମବଙ୍ଗ, କେରଳ, ଆସାମ, ତାମିଲନାଡୁ ଏବଂ ପୁଡୁଚେରୀରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି । ସମସ୍ତ ରାଜ୍ୟରେ ଭୋଟ ଗଣତି ୪ ମେ’ ରେ ହେବ। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର କହିଛନ୍ତି ଯେ, ପଶ୍ଚିମବଙ୍ଗ ବିଧାନସଭା ପାଇଁ ଭୋଟ ୨୩ ଏବଂ ୨୯ ଏପ୍ରିଲରେ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ସେ ଏକ ସାମ୍ବାଦିକ ସମ୍ମିଳନୀରେ ମଧ୍ୟ କହିଛନ୍ତି ଯେ, ୨୩୪ ସଦସ୍ୟ ବିଶିଷ୍ଟ ତାମିଲନାଡୁ ବିଧାନସଭା ପାଇଁ ୨୩ ଏପ୍ରିଲରେ ମତଦାନ ଅନୁଷ୍ଠିତ ହେବ।




