ରାତି ପାହିଲେ ନୂଆପଡ଼ା ଉପନିର୍ବାଚନ ପାଇଁ ହୋଇଥିବା ମତଦାନର ଗଣତି ହେବ। ଷ୍ଟ୍ରଙ୍ଗ ରୁମରେ ସିଲ୍ ହୋଇଥିବା ଇଭିଏମ୍ ଖୋଲାଯିବ। ଶୁକ୍ରବାର ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହେବ ଏବଂ ଭୋଟ୍ ଗଣତି ଶେଷ ହେଲା ପରେ ଫଳାଫଳ ପ୍ରକାଶ ପାଇବ।