
ମହାରାଷ୍ଟ୍ରରେ ରାଜନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଜାତୀୟ ଗଣମାଧ୍ୟମର ସୂଚନା ଅନୁସାରେ, ଅଜିତ ପାଓ୍ବାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ହେବା ପ୍ରସ୍ତାବକୁ ଗ୍ରହଣ କରିଛନ୍ତି । ସରକାର ଭିତରେ କ୍ଷମତା ସନ୍ତୁଳନ ଏବଂ ଭବିଷ୍ୟତ ରାଜନୈତିକ ରଣନୀତିକୁ ଧ୍ୟାନରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ଆସନ୍ତାକାଲି ପୂର୍ବାହ୍ନ ୧୧ଟାରେ ବିଧାୟକ ଦଳ ବୈଠକ ବସିବ । ସନ୍ଧ୍ୟାରେ ସେ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ । ସୁନେତ୍ରା ପାୱାର ରାଜ୍ୟର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବେ ।




