
ଓଡ଼ିଆରେ ନାମଫଳକ ନଲେଖିଲେ ହେବ ମାମଲା ।ଓଡ଼ିଆରେ ନାମଫଳକ ଲେଖିନଥିବା ଆଇନ ଖିଲାପକାରୀ ୧୦୦ଟି ବ୍ୟବସାୟ ପ୍ରତିଷ୍ଠାନ ମାଲିକଙ୍କ ବିରୁଦ୍ଧରେ ରୁଜୁ ହୋଇଛି ମାମଲା। ୧୬୦୬ଟି ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମଫଳକ ଲେଖା ନହୋଇଥିବାରୁ ମାଲିକଙ୍କୁ ଜାରି ହୋଇଛି କାରଣ ଦର୍ଶାଅ ନୋଟିସ୍। ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଉତ୍ତର ରଖିଛନ୍ତି।
ଶ୍ରମ ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ଚଳିତ ଆର୍ଥିକ ବର୍ଷରେ ଏଯାବତ୍ ମୋଟ ୨୮୫୨ଟି ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମଫଳକ ପ୍ରଦର୍ଶନ ନିମନ୍ତେ ନିରୀକ୍ଷଣ କରାଯାଇଥିଲା। ଏହା ମଧ୍ୟରୁ ୧୬୦୬ଟି ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମଫଳକ ପ୍ରଦର୍ଶନ ନକରିଥିବା କାରଣରୁ ପ୍ରତିଷ୍ଠାନର ମାଲିକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ସେଥିମଧ୍ୟରୁ ଆଇନ୍ ଖୋଲାପ କରିଥିବା ୧୦୦ଟି ପ୍ରତିଷ୍ଠାନ ମାଲିକଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୮ଟି ମାମଲା ରୁଜୁ କରାଯାଇଛି। ଏହାସହ ଝାରସୁଗୁଡାରେ ୨୩୭, ଖୋର୍ଦ୍ଧାରେ ୨୦୧ ବ୍ୟବସାୟ ପ୍ରତିଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି।




