
ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ ; ଦୁର୍ନୀତି ମାମଲାରେ ଦୋଷୀ ସ୍ୟବସ୍ତ ହେଲେ ମିଳିବନି ପେନ୍ସନ୍
ଦୁର୍ନୀତିଖୋରଙ୍କୁ ନିସ୍ତାର ନାହିଁ , ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ଦୁର୍ନୀତି ମାମଲାରେ ଭିଜିଲାନ୍ସ ଅଦାଲତଙ୍କ ଦ୍ବାରା ଦୋଷୀ ସାବ୍ୟସ୍ତ ହେଲେ ଅବସରପ୍ରାପ୍ତ କର୍ମଚାରୀଙ୍କୁ ମିଳିବନି ପେନ୍ସନ୍ । ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପ୍ରୋଭିଜନାଲ୍ ପେନ୍ସନ୍ ବନ୍ଦ କରିବା ପ୍ରସଙ୍ଗରେ ହାଇକୋର୍ଟ ଗୁରୁତ୍ବପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି । ଭିଜିଲାନ୍ସ ଅଦାଲତଙ୍କ ଦଣ୍ଡାଦେଶ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଦାୟର ହୋଇଥିବା ମାମଲା ବିଚାରଧୀନ ଅବସରପ୍ରାପ୍ତ କର୍ମଚାରୀଙ୍କୁ ପ୍ରୋଭିଜନଲ ପେନସନ ମିଳିବ ନାହିଁ l